ଭାରତ

ଦେଶରେ ଦିନକରେ ୧୧,୪୯୯ ଆକ୍ରାନ୍ତ ଚିହ୍ନଟ ଓ ୨୫୫ ଜଣ ମୃତ

ନୂଆଦିଲ୍ଲୀ: ଦେଶରେ ଏବେ ସଂକ୍ରମଣ ହାର ଓ ମୃତ୍ୟୁସଂଖ୍ୟା କମିଛି । ଧୀରେ ଧୀରେ ସ୍ଥିତି ସୁଧୁରିବାରେ ଲାଗିଛି । ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଉଛି କିନ୍ତୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଉଛି। ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୧,୪୯୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୨୫୫ ଜଣ କରୋନା ଜନିତ ମୃତ୍ୟୁ ହୋଇଥିବା ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୯,୦୫,୮୪୪ ରେ ପହଞ୍ଚିଛି । ସେହିପରି କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୧୩,୪୮୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୩,୫୯୮ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ସୁସ୍ଥତା ସଂଖ୍ୟା ୪,୨୨,୭୦,୪୮୨ରେ ପହଂଚିଛି । ଅନ୍ୟପଟେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୨୧,୮୮୧। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ପକ୍ଷରୁ ସୂଚନା ମିଳିଛି ।

 

Related posts

ଅଚାନକ ଘାଟିରୁ ଖସିଗଲା ବସ , ୨୭ ମୃତ

mahabharatanews

ଲ୍‌କିଲ୍ଲାରେ ପତାକା ଉତ୍ତୋଳନ କରିବା ସହ ଦେଶବାସୀଙ୍କୁ ସମ୍ବୋଧନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

mahabharatanews

ଭୂଟାନରୁ ଫେରି ମେଡିକାଲରେ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

mahabharatanews