ଓଡିଶା

୨୪ ଘଣ୍ଟା ମଧ୍ୟରେ ୨୬୨ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଇଛି । ଗତକାଲି ୩୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ୨୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪୭ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୬, ୩୮୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୧୫, ୧୭୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୯୮୭ ଜଣ ସକ୍ରିୟ ସଂକ୍ରମିତ ରହିଥିବା ସୂଚନା ରହିଛି ।

 

Related posts

ସମ୍ବଲପୁର ସାଂପ୍ରଦାୟୀକ ଦଙ୍ଗା ସଂପର୍କରେ କେନ୍ଦ୍ର ସରକାରଙ୍କ ତୁରନ୍ତ ହସ୍ତକ୍ଷେପ ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହାଙ୍କୁ ଚିଠି ଲେଖି ଅନୁରୋଧ କଲେ ରାଜ୍ୟ ସଭାପତି

mahabharatanews

ଅନୁଗୋଳ ଯିବେ ମୁଖ୍ୟମନ୍ତ୍ରୀ

mahabharatanews

ଅଜଣା ଗାଡି ଧକ୍କାରେ ଯୁବକ ମୃତ

mahabharatanews