(ଭୁବନେଶ୍ୱର) : ରାଜ୍ୟରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୦ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୮୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଆସନ୍ତୁ ଜାଣିବା କେଉଁ ଜିଲାରୁ କେତେ ସଂକ୍ରମିତ ସଂଖ୍ୟା :-
5. Khurda: 3
6. Nuapada: 1
7. Sambalpur: 1
8. Sundargarh: 1New recoveries: 8
Cumulative tested: 31364207
Positive: 1288085
Recovered: 1278814
Active cases: 92— I & PR Department, Odisha (@IPR_Odisha) May 4, 2022
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୩୬୪୨୦୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୦୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୮୧୪ଜଣ ସୁସ୍ଥ ହୋଇଛନ୍ତି ।