Uncategorized

ଦେଶରେ ୨୪ ଘଣ୍ଟାରେ ୧,୨୬୦ ନୂତନ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ହେବ ଦୈନିକ କରୋନା ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇବାର ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୨୬୦ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୮୩ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୨୬୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୨୭,୦୩୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୮୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୨୬୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୪୦୪ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୯୨,୩୨୬। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୩୪୪୫।

Related posts

ସାଧ୍ୱୀ ପ୍ରଜ୍ଞାଙ୍କ ଅଭିଯୋଗର ଜବାବ ଦେଲା ସ୍ପାଇସ ଜେଟ୍

mahabharatanews

ଜିଲ୍ଲା ପ୍ରଶାସନକୁ ସୁପ୍ରିମ କୋର୍ଟଙ୍କ ଜବାବ ତଲବ

mahabharatanews

ଏହି ସବୁ କାରଣରୁ ପୁରୁଷଙ୍କ ବିବାହରେ ହୁଏ ବିଳମ୍ବ

mahabharatanews