ଭାରତ

ଦେଶରେ ଦିନକରେ ୧,୫୪୯ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ବେଶ୍ କିଛି ଦିନ ଧରି ଦେଶରେ କରୋନା ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୩ ହଜାର ତଳକୁ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୫୪୯ କରୋନା ଭାଇରସ୍ ଜନିତ ନୂତନ ସଂକ୍ରମଣ ଓ ୩୧ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୦୯,୩୯୦ରେ ପହଞ୍ଚିଛି। ସେହିପରି ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୪୭୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୬୫୨ ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୬୭,୭୭୪। ଏହାଛଡ଼ା ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୫୧୦୬ ରହିଛି ।

Related posts

ବାରାଣସୀ ଷ୍ଟାଡିୟମରେ ଭଗବାନ ଶିବଙ୍କ ଥିମ୍ 

mahabharatanews

ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୧୯୪ ଆକ୍ରାନ୍ତ ଚିହ୍ନଟ ଓ ୨୫୫ ଜଣ ମୃତ

mahabharatanews

ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତରତ୍ନ ପ୍ରଦାନ 

mahabharatanews