ଓଡିଶା

ଆଜି ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି: ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ/ ସଞ୍ଜୟ ମହାପାତ୍ର: ଆଜି ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ ଟା ଠାରୁ ରାତି ୯ ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ  ସୂଚନା ମିଳିଛି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ଵାର ବନ୍ଦ ରହିବ। ଦ୍ଵିପହର ଧୂପ ସରିବାପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତାଲାଗି କରିବେ। ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବା ଯୋଗୁଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ନୀତି ସମ୍ପୂର୍ଣ୍ଣ ହେବାପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଚାଲୁ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Related posts

 ଆଜି ଏକାଦଶୀ ନୀତି : ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

mahabharatanews

ଲୋକପିୟ ବଙ୍ଗୀୟ ତଥା ଓଡ଼ିଆ ଗାୟିକା ନିର୍ମଳା ମିଶ୍ର ପରଲୋକ

mahabharatanews

ତୁରେକେଲାରୁ ୮ ଶିଶୁ ଶ୍ରମିକ ଉଦ୍ଧାର

mahabharatanews