ଓଡିଶା

ଆଜିଠୁ ଆରମ୍ଭ ଯୁକ୍ତ ୨ ନାମଲେଖା

(ଭୁବନେଶ୍ୱର) :  ଆଜିଠୁ ଆରମ୍ଭ ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା । ସକାଳ ୯ରୁ ୫ଟା ଯାଏ ନାମଲେଖା ଚାଲିବ  ଏହାରି ଭିତରେ ଗତକାଲି ପ୍ରକାଶ ପାଇସାରିଛି କଟ୍ ଅଫ୍ ତାଲିକା । ବିଜ୍ଞାନ, ବାଣିଜ୍ୟ ଏବଂ କଳା, ସବୁ ଷ୍ଟ୍ରିମରେ ଛାତ୍ରଛାତ୍ରୀଙ୍କ ପ୍ରଥମ ପସନ୍ଦ ରହିଛି ରେଭେନ୍ସା । ଜୁଲାଇ ୧୯ ରେ ପ୍ରକାଶ ପାଇବ ଦ୍ୱିତୀୟ ପର୍ଯ୍ୟାୟ ମେରିଟ ଲିଷ୍ଟ । ୨୦ ରୁ ୨୨ ଯାଏଁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ହେବ ।

ସୂଚନାନୁଯାୟୀ ,  ଚଳିତବର୍ଷ ୪ ଲକ୍ଷ ୭୨ ହଜାର ୨୭୯ ପିଲା ଆବେଦନ କରିଥିଲେ । ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି ୪ ଲକ୍ଷ ୧୨ ହଜାର ୩୬୮ ଜଣ । କଳାରେ ସର୍ବାଧିକ ୨ ଲକ୍ଷ ୫୩ ହଜାର ୧୭୮ ଜଣ, ବାଣିଜ୍ୟରେ ୨୫ ହଜାର ୧୬୮ ଓ ବିଜ୍ଞାନରେ ୧ଲକ୍ଷ ୨୧ ହଜାର ୨୩ ଜଣ ମନୋନୀତ ହୋଇଛନ୍ତି । ବାକି ୫୯ ହଜାର ୯୧୧ ପିଲା ଦ୍ୱିତୀୟ ଓ ସ୍ପଟ୍ ଆଡ଼ମିଶନ ପାଇଁ ରହିଯାଇଛନ୍ତି । ଏଥର ସ୍ପଟ୍ ସିଲେକ୍ସନ ପାଇଁ ଛାତ୍ରଛାତ୍ରୀ ସମସ୍ତ କଲେଜରେ ଆବେଦନ କରିପାରିବେ ।

Related posts

ଜେଲ ବାଲକୋନୀରୁ ଖସି କଏଦୀ ମୃତ୍ୟୁ

mahabharatanews

ଯୁବଶକ୍ତି ସମର୍ପିତ ଓଡି଼ଶା ଆନୁକୂଲ୍ୟରେ ସେଚ୍ଛାକୃତ ରକ୍ତଦାନ ଶିବିର

mahabharatanews

ଲକଡାଉନରେ ଡ୍ରାଇଭରଙ୍କ ଅବସ୍ଥା ଶୋଚନୟ ସରକାର ଆର୍ଥିକ ସାହାଯ୍ୟ ଦେବାକୁ ଦାବୀ

mahabharatanews