ଓଡିଶା

 କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ସୁନାବେଶ 

(ପୁରୀ) :  କାର୍ତ୍ତିକ ମାସ ଲାଗି ଶ୍ରୀମନ୍ଦିରରେ ଲାଗି ରହିଛି ଶ୍ରଦ୍ଧାଳୁ ଭିଡ଼ ଅସମ୍ଭବ । ଏହି କ୍ରମରେ ଗତକାଲି ମହାପ୍ରଭୁଙ୍କ ରାତ୍ର ପହୁଡ଼ ହେବନାହିଁ । ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଆଯାଇଛି ନିଷ୍ପତ୍ତି । ଫଳରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିଛନ୍ତି ଭକ୍ତ । ସେବାୟତଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି । ଆଜି ଅର୍ଥାତ  ସୋମବାର କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବା ସୁନାବେଶ ଅନୁଷ୍ଠିତ ହେବ । ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି । କାର୍ତ୍ତିକ ପୂର୍ଣ୍ଣିମା ଲାଗି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ବେଳେ ଟ୍ରାଫିକ୍ ନିୟନ୍ତ୍ରଣ ଲାଗି ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

ଗତକାଲି ଲକ୍ଷ୍ମୀନାରାୟଣ ବେଶରେ ଶ୍ରୀଭୁଜ, ଶଙ୍ଖ, ଚକ୍ର, ହଳ, ମୁଷଳ ଏବଂ କେତେକ ଅଧିକ ଅଳଙ୍କାର ଧାରଣ କରିଥାନ୍ତି । ଆଜି ଅବକାଶ ନୀତି ପରେ ପାଟବସ୍ତ୍ର, ସ୍ୱର୍ଣ୍ଣ ଅଳଙ୍କାର ଏବଂ ପୁଷ୍ପମାଲ୍ୟ ପରିଧାନ କରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ସେପଟେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି ।

Related posts

ରାଜ୍ୟରେ ଆଉ ୧୫ ଜୀବନ ନେଲା କରୋନା

mahabharatanews

ବାୟୁ ପ୍ରଦୁଷଣ: ଦେଶରେ ୧୦ରୁ ୭ ଜଣ ଆକ୍ରାନ୍ତ ହେଉଛନ୍ତି

mahabharatanews

ପୋଲିସ ଏସଆଇଙ୍କ ଘରେ ଭିଜିଲାନ୍ସ ଚଢାଉ

mahabharatanews