ଓଡିଶା

୩୦ରୁ ରାଜ୍ୟରେ ବର୍ଷା ବଢିବ

(ଭୁବନେଶ୍ୱର) :  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ଆଜି ଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ । ଆସନ୍ତ‌ା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥ‌ାନରେ ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

ସୂଚନାନୁଯାୟୀ , କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ୩୦ ତାରିଖରୁ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ।

Related posts

ଟ୍ୟାଙ୍କର ଓଲଟି ୧ ମୃତ

mahabharatanews

ବିରୋଧୀଙ୍କୁ କଡା ଜବାବ ଦେଲେ ନବୀନ

mahabharatanews

ଜମିଜମା ବିବାଦକୁ ନେଇ ସାନଭାଇର ଆକ୍ରମଣରେ ବଡଭାଇ ମୃତ

mahabharatanews