ଓଡିଶା

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି

(ପୁରୀ) :  ଆସନ୍ତାକାଲି ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଶ୍ରୀବିଗ୍ରହଙ୍କ ବନକଲାଗିକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ର ନିଯୋଗ ମଧ୍ୟରେ ବିବାଦ ଲାଗିରହିଥିଲା। ଏହି ବିବାଦ କାରଣରୁ ନୀଳାଦ୍ରି ବିଜେଠାରୁ ମହାପ୍ରଭୁଙ୍କ ବନକଲାଗି ଅଟକି ରହିଥିଲା।  ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାନୁଯାୟୀ ,ଦତ୍ତମହାପାତ୍ର ନିଯୋଗ, ପରିଚାଳନା କମିଟି ସଦସ୍ୟ, ଦଇତାପତି ନିଯୋଗ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳଙ୍କ ଆଲୋଚନା ପରେ ବନକଲାଗି ନୀତି କରିବାକୁ ନିଷ୍ପତ୍ତି ନିଆଯାଇଛି। ବହୁ ବାଦ ବିବାଦ ପରେ ଆସନ୍ତାକାଲି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବ। ଏଥିପାଇଁ ସଂଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଏକ ମାସ ପରେ ପରେ ଶ୍ରୀଜିଉଙ୍କ ବନକଲାଗି ନୀତି କରାଯିବ।

Related posts

ରାଜ୍ୟରେ ବାଘ ଗଣନା

mahabharatanews

ମହିଳା ଆଇଆଇସିଙ୍କ ଠାରୁ ଚେନ ଲୁଟ ମାମଲାରେ ୨ଅଭିଯୁକ୍ତ ଗିରଫ

mahabharatanews

ବିଧାୟକ ଉମାକାନ୍ତଙ୍କ ଦ୍ୱାରା ୫୮୦ ନୂତନ ରାଶନ କାର୍ଡ ପ୍ରଦାନ

mahabharatanews