ଓଡିଶା

ଆସନ୍ତାକାଲି ବନକଲାଗି ନୀତି; ୪ ଘଣ୍ଟା ଶ୍ରୀଜିଉ ଦର୍ଶନ ମନା

(ପୁରୀ) :  ଆସନ୍ତା କାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନୀତି । ଯେଉଁଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଆସନ୍ତା କାଲି ଚୈତ୍ର ଶୁକ୍ଳ ଦ୍ବିତୀୟା ତିଥ୍। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ ।
ସୂଚନାନୁଯାୟୀ , ଏହା ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ବାର ବନ୍ଦ ରହିବା ଦ୍ବିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତତୁ କରିଥାନ୍ତି। ନିର୍ବାଚନ ତାରିଖ ଦତ୍ତମହାପାତ୍ର ସେବକମାନେ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତତୁ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବୋ ହିଙ୍ଗୁଳ, ହରିତାଳ, କସ୍ତରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବା ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆସନ୍ତାକାଲି ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Related posts

ରାଜଧାନୀରୁ ମିଳିଲା ଏକାଧିକ ଖପୁରୀ ସହ ନର କଙ୍କାଳ

mahabharatanews

ବରିଷ୍ଠ ଆଇପିଏସ୍ ଡିଏସ୍ କୁଟ୍ଟେ ନିଲମ୍ବିତ

mahabharatanews

୧୯ରେ ନବଯୌବନ ଦର୍ଶନ, ସରିଲା ବୈଠକ

mahabharatanews