ଓଡିଶା

ବାଇକ୍ ଆରୋହୀଙ୍କୁ ଚାପିଦେଲା ଟ୍ରକ

(ମହାଭାରତ, ଭଦ୍ରକ): ଭଦ୍ରକ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର ରାଣୀତାଲ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଜଣେ ବାଇକ୍ ଆରୋହୀଙ୍କ ଉପରେ ଏକ ଟ୍ରକ୍ ଚଢିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତି ଜଣକ ବାଲେଶ୍ୱର ଜିଲ୍ଲା ଖଇରାର ବାସିନ୍ଦା ବୋଲି ଜଣାପଡିଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ତ୍ୟକ୍ତ ଲୋକେ ଜାତୀୟ ରାଜପଥ ଅବରୋଧ କରିଛନ୍ତି । ପୋଲିସ ଟ୍ରକକୁ ଜବତ କରିବା ସହ ଘଟଣାର ତଦନ୍ତ କରୁଛି । ତେବେ ଏହି ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଫେରାର ହୋଇଯାଇଛି ।

Related posts

ରାଜ୍ୟରେ ୨୪ ଘଣ୍ଟାରେ ଆଉ ୫୨୭ ସଂକ୍ରମିତ ଚିହ୍ନଟ

mahabharatanews

ସେଲଫି ନେବାକୁ ଯାଇ ପ୍ରାଣ ହରାଇଲେ ଯୁବକ

mahabharatanews

ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ…

mahabharatanews