ଓଡିଶା

୨ ତାରିଖରୁ ପୁଣି ବର୍ଷା ସହ ଘଡ଼ଘଡ଼ି

(ଭୁବନେଶ୍ୱର) :  ରାଜ୍ୟରେ ଏବେ ପାଗ ଶୁଖିଲା ରହିବାକୁ ଥିବା ବେଳେ ୨ ତାରିଖରୁ ପୁଣି ବର୍ଷା ଆରମ୍ଭ ହୋଇଯିବ। ତେବେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଧା, ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ।ଭୁବନେଶ୍ବର ଓ ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବା ସହ କିଛି ବର୍ଷା ହୋଇପାରେ। ଦିନର ସର୍ବୋଚ୍ଚ ତାପମାତ୍ରା ୩୫ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୮ଡିଗ୍ରି ମଧ୍ୟରେ ରହିପାରେ।

ଅନ୍ୟପଟେ୩ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି , କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ।

 

 

 

 

Related posts

ଟୋପାଏ ପାଣି ପାଇଁ ଡ଼ହଳବିକଳ ବହଳପୁରବାସୀ

mahabharatanews

ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ

mahabharatanews

ରାଜ୍ୟର ପ୍ରଥମ ସିକିଲ ସେଲ୍ ଆଇସିୟୁ ।

mahabharatanews