ଓଡିଶା

ରାଜ୍ୟରେ ସପ୍ତାହବ୍ୟାପି ପ୍ରବଳ ବର୍ଷା ସମ୍ଭାବନା , ଅରେଞ୍ଜ ୱାର୍ଣ୍ଣିଂ ଜାରି 

(ଭୁବନେଶ୍ୱର) : ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହୁଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।  ୩୦ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ୩୧ ତାରିଖରେ ଏହା ଅବପାତରେ ପରିଣତ ହେବ। ଫଳରେ ରାଜ୍ୟରେ ସପ୍ତାହ ଧରି ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି।

ସୂଚନାନୁଯାୟୀ ,  ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ‌ହୋଇଥିବା ବେଳେ ପୁରୀ, ଖୋର୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି , ନବରଙ୍ଗପୁର ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇଯାଇଛି।   ଆସନ୍ତାକାଲି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହିସବୁ ଅଞ୍ଚଳରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ରାୟଗଡ଼, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ପୁରୀ ଓ ବୌଦ୍ଧ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହୁଛି। ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ରାଜ୍ୟରେ ୨୯ ତାରିଖ ଯାଏ ବର୍ଷା ଜାରି ରହିବ ବୋଲି ସୂଚନା ମିଳିଛି।

Related posts

୩୪ ତମ ସର୍ବ ଭାରତୀୟ ଲାଲମନୀ ସ୍ମାରକୀ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଶୋଭାଯାତ୍ରା

mahabharatanews

ଗଞ୍ଜେଇ ସାଙ୍ଗକୁ ଧଳାଜହର ଜବତ, 4 ଗିରଫ

mahabharatanews

ରୋଗୀ ସ୍ଥାନାନ୍ତର ପାଇଁ ନୟାପଲ୍ଲୀରୁ ବିମାନବନ୍ଦର ପର୍ଯ୍ୟନ୍ତ ଗ୍ରୀନ କରିଡର

mahabharatanews