ଓଡିଶା

୨ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୱାର୍ଣ୍ଣିଂ ଜାରି  

(ଭୁବନେଶ୍ୱର) :  ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟାରେ ବିସ୍ତୃତ ବର୍ଷା ହୋଇଛି। ୧୩ଟି ସହରରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି।  ଘୂର୍ଣ୍ଣିବଳୟ ଆଜି ମଧ୍ୟ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୭.୬ କିମି ଯାଏ ସକ୍ରିୟ ରହିଛି। ପ୍ରଭାବରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ସାରା ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବି‌ଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ସୂଚନାନୁଯାୟୀ , ୭ ଓ ୮ ତାରିଖରେ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ୮ ଓ ୯ ତାରିଖରେ ମଧ୍ୟ ଉତ୍ତର ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେ‌ଲୋ ୱାର୍ଣ୍ଣିଂ ଜାରି ସହ ସତର୍କ ରହିବାକୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି।

Related posts

ଶିକ୍ଷୟତ୍ରୀଙ୍କ ମନମୁଖୀ କାର୍ଯ୍ୟ ଓ ଛାତ୍ରୀ ମାନଙ୍କୁ ମାଡ ମାରିବା ଅଭିଜୋଗ

mahabharatanews

ଗ୍ୟାସ ସିଲିଣ୍ଡର ଫାଟି ଜଳିଗଲା ଦୋକାନ

mahabharatanews

ବିଶ୍ୱପ୍ରସିଦ୍ଧ ରଥଯାତ୍ରା: ଆଉ ମାତ୍ର ୧୭ଦିନ  

mahabharatanews