ଓଡିଶା

ପାଚେରୀ ଡେଇଁ ଦୁଇ ବିଚାରାଧୀନ କଏଦୀ ଫେରାର 

(ଭବାନୀପାଟଣା) : ଜେଲ୍ରୁ କଏଦୀ ଫେରାର । ଭବାନୀପାଟଣା ଜେଲ୍‌ରୁ ଦୁଇ ଜଣ ବିଚାରାଧୀନ କଏଦୀ ଫେରାର । ଆଜି ସକାଳେ ଦୁଇ ଜଣ ଜେଲ୍‌ରେ ନ ଥିବା ଜଣାପଡ଼ିଥିଲା। ବହୁ ଖୋଜାଖୋଜି କରି ସେମାନଙ୍କୁ ପାଇ ନ ଥିଲେ ଜେଲ୍‌ କର୍ତ୍ତୃପକ୍ଷ । କଳାହାଣ୍ଡି ଜିଲ୍ଲା ମୁଖ୍ୟ କାରାଗାରର ପାଚେରୀ ଡେଇଁ ଦୁଇ ଜଣ କଏଦୀ ଫେରାର ହୋଇଯାଇଛନ୍ତି ।

ସୂଚନାନୁଯାୟୀ, ଫେରାର ବିଚାରାଧୀନ କଏଦୀମାନେ ହେଉଛନ୍ତି ସିକନ୍ଦର ଜାଲ ଓ ନୀଳମଣି ମାଝି। ସିକନ୍ଦର ନୂଆପଡ଼ା ଜିଲ୍ଲାର ହୋଇଥିବା ବେଳେ ନୀଳମଣି ଧର୍ମଗଡ ଅଞ୍ଚଳର ବୋଲି ଜଣାପଡ଼ିଛି । ସେମାନଙ୍କ ବିରୋଧରେ ପୋକ୍ସୋ ଆକ୍ଟରେ ମାମଲା ରୁଜୁ ହୋଇଥିବା ବେଳେ ବିଚାରାଧୀନ କଏଦୀ ଭାବେ ଜେଲ୍‌ରେ ଥିଲେ । ଆଜି ସକାଳୁ ବଗିଚା କାମ କରୁଥିବାବେଳେ ପାଚେରୀ ଦେଇ ଚମ୍ପଟ ମାରିଥିବା ଜିଲ୍ଲା କାରାଗାର ପକ୍ଷରୁ ଟାଉନ ଥାନା ରେ ସୂଚନା ଦିଆଯାଇଛି ।

Related posts

୨ କିଲୋ ୱାଟ ପର୍ୟ୍ୟନ୍ତ ଥିବା ୮ ଲକ୍ଷ ୭୫ ହଜାର ମିଟର କୁ ବଦଳାଇ ଲଗାଯିବ ସ୍ମାର୍ଟ ମିଟର

mahabharatanews

ଅଗ୍ନିଶମ ବିଭାଗ ଭିତରେ ସାପ

mahabharatanews

ତାଳଚେର ଦେଉଳବେଡାରେ ମା ତାରିଣୀଙ୍କ ବାର୍ଷିକ ଉତ୍ସବ

mahabharatanews