ଓଡିଶା

ଜି-୨୦ ସମ୍ମିଳନୀର ଶୁଭ ଉଦ୍ଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ଭୁବନେଶ୍ୱରରେ ଜି-୨୦ ସମ୍ମିଳନୀର ଶୁଭ ଉଦ୍ଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ୱରଠାରେ ଜି-୨୦ ‘ଶିକ୍ଷା ୱାର୍କିଂ ଗ୍ରୁପ୍’ର ତୃତୀୟ ବୈଠକର ଅବ୍ୟବହିତ ପୂର୍ବରୁ ଆଇଏମଏମଟି ପରିସରରେ ଆୟୋଜିତ ଜି-୨୦ ଭାରତ ‘ଭବିଷ୍ୟତର କାର୍ୟ୍ୟଶୈଳୀ ଓ ଦକ୍ଷତା’ ପ୍ରଦର୍ଶନୀ ଉଦ୍ଘାଟିତ ହୋଇଛି। ଏହି ପ୍ରଦର୍ଶନୀକୁ ଲୋକାର୍ପଣ କରିବା ପରେ ଶ୍ରୀ ପ୍ରଧାନ ସେଠାରେ ‘ଭବିଷ୍ୟତର କାର୍ୟ୍ୟଶୈଳୀ’ ପାଇଁ ଅନୁଷ୍ଠିତ ସମ୍ମିଳନୀରେ ଯୋଗଦେଇଛନ୍ତି। ସମ୍ମିଳନୀର ବିଷୟବସ୍ତୁ ରହିଛି, ‘ଭବିଷ୍ୟତ କାର୍ୟ୍ୟଶୈଳୀରେ ଆଧୁନିକ ପ୍ରଯୁକ୍ତିବିଦ୍ୟା ଉପରେ ଗୁରୁତ୍ୱ’। ଏଥିରେ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା, ଏଆଇ, ମେଟା ଭର୍ସ, ଅଟୋମେସନ, ମେସିନ ଲର୍ଣ୍ଣିଂ ଇତ୍ୟାଦି ଉପରେ ମଧ୍ୟ ଆଲୋଚନା ହେବ। ଭାରତର ଅନ୍ତରାଷ୍ଟ୍ରୀୟ ସହଭାଗିତାକୁ ସୁଦୃଢ଼ କରିବା ସହ ଭବିଷ୍ୟତର କାର୍ୟ୍ୟଶୈଳୀକୁ ନେଇ ଢାଞ୍ଚା ପ୍ରସ୍ତୁତ କରିବା ଦିଗରେ ଅଧିକ ଗୁରୁତ୍ୱ ଦିଆଯିବ। ଆଜି ଅନୁଷ୍ଠିତ ସମ୍ମିଳନୀରେ ଶିଳ୍ପ, ସରକାରୀ ସଂସ୍ଥା, ଆଇଟି କମ୍ପାନି ଓ ଛାତ୍ରଛାତ୍ରୀମାନେ ଏହି ପ୍ରଦର୍ଶନୀରେ ଅଂଶଗ୍ରହଣ କରିଛନ୍ତି ।

Related posts

ଆରପାରିରେ ସଙ୍ଗୀତ ଜଗତର ବେତାଜ୍ ବାଦଶାହ: ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

mahabharatanews

OAS ସ୍ତରରେ ଅଦଳବଦଳ

mahabharatanews

ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ଜୋନ କାଟାଗୋରୀ ଘୋଷଣା

mahabharatanews