ଓଡିଶା

ପୁରୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

(ପୁରୀ) : ପୁରୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପୁରୀ ଗସ୍ତରେ ଥିବା ବେଳେ ଆଜି ଭୋରରୁ ଶ୍ରୀମନ୍ଦିରରେ ପହଞ୍ଚିଥିଲେ କେନ୍ଦ୍ରମନ୍ତ୍ରୀ। ଶ୍ରୀମନ୍ଦିରରେ ପ୍ରାୟ ୪୫ ମିନିଟ୍ ଧରି ରହିବା ସହ ମଙ୍ଗଳ ଆଳତୀ ଦର୍ଶନ ଓ ମହାପ୍ରଭୁଙ୍କ ଆଶିଷ ଲାଭ କରିଥିଲେ। ପବିତ୍ର କାର୍ତ୍ତିକ ମାସରେ ସେ ମହାପ୍ରଭୁଙ୍କ ଦର୍ଶନ କରି ଧନ୍ୟ ମନେ କରିଥିବା କହିଛନ୍ତି। ଶ୍ରୀମନ୍ଦିର ନିକଟରେ ଥିବା ମା’ ଦକ୍ଷିଣ କାଳୀଙ୍କ ମନ୍ଦିର ଯାଇ ମଧ୍ୟ ଦର୍ଶନ କରିଥିଲେ।

ସୂଚନାନୁଯାୟୀ ,  ଶ୍ରୀମନ୍ଦିର ରତ୍ନଭଣ୍ଡାର ଶୀଘ୍ର ଖୋଲିବାକୁ ପୁଣି ଦାବି କରିଖିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କହିଛନ୍ତି, ରତ୍ନଭଣ୍ଡାର ଓଡ଼ିଆ ଲୋକଙ୍କ ଭାବାବେଗ ସହ ଜଡ଼ିତ। ତେଣୁ ଏହାକୁ ତୁରନ୍ତ ଖୋଲାଯାଉ।  ଏହି ଅବସରରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସହ ବିଭିନ୍ନ ଐତିହ୍ୟ ଓ ଧର୍ମୀୟ ପୀଠ ଗୁଡ଼ିକର ପୁନରୁଦ୍ଧାର ଓ ମରାମତି ଠିକ୍ ଭାବେ କରାଯିବା ଆବଶ୍ୟକ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

Related posts

ବିଡିଓଙ୍କ ବରଖାସ୍ତକୁ ନେଇ କଲମ ଛାଡ ଆନ୍ଦୋଳନ

mahabharatanews

ରଥ ନିର୍ମାଣ ପାଇଁ ନବମ ପର୍ଯ୍ୟାୟରେ ୨୭ ଖଣ୍ଡ ୪୦ ଫୁଟିଆ ଧଉରା ଓ ଅସନ କାଠ ପହଞ୍ଚିଲା

mahabharatanews

ରାଇରଙ୍ଗପୁରରେ ଓଡିଶା ରାଜ୍ୟ ବ୍ରାହ୍ମଣ ମହାସଭା ତରଫରୁ ତ୍ରିଦିବସୀୟ ମହାଯଜ୍ଞ

mahabharatanews