ଭାରତରାଜନୀତି

ଜେପି ନଡ୍ଡା ରାଜ୍ୟସଭା ନେତା ନିର୍ବାଚିତ

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା ହେଲେ ରାଜ୍ୟସଭା ନେତା । ସଂସଦର ଉପର ଗୃହର ନେତା ଭାବେ ଜେପି ନଡ୍ଡାଙ୍କୁ ନିର୍ବାଚିତ କରାଯାଇଛି । ବିଜେପି ସରକାରର ତୃତୀୟ ପାଳିର କ୍ୟାବିନେଟରେ ନଡ୍ଡାଙ୍କୁ ମନ୍ତ୍ରୀ ପଦ ମିଳିଛି । ସ୍ୱାସ୍ଥ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ସହ ରାସାୟନ ଓ ସାର ମନ୍ତ୍ରାଳୟ ଦାୟିତ୍ୱ ମଧ୍ୟ ଦିଆଯାଇଛି । ଏବେ ସେ ରାଜ୍ୟସଭାର ନେତା ଭାବେ ନିର୍ବାଚିତ ହୋଇଛନ୍ତିି । ପିୟୁସ ଗୋଏଲଙ୍କ ସ୍ଥାନରେ ରାଜ୍ୟସଭାର ନେତା ଭାବେ ନଡ୍ଡାଙ୍କୁ ନିର୍ବାଚିତ କରାଯାଇଛି ।
ସେପଟେ ଆଜିଠୁ ଲୋକସଭା ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହୋଇଛି । ଅଧିବେଶନର ପ୍ରଥମ ଦିନରେ ସାଂସଦମାନେ ଶପଥ ଗ୍ରହଣ କରିଛନ୍ତି । ଭର୍ତ୍ତୃହରି ମହତାବ କାମଚଳା ବାଚସ୍ପତି ଭାବେ ଶପଥ ନେବା ପରେ ଅନ୍ୟ ସାଂସଦମାନେ ଶପଥ ପାଠ କରିଛନ୍ତି ।

Related posts

ଭାରତୀୟ ନୌସେନା ହେଲିକପ୍ଟଟର ଦୁର୍ଘଟଣାଗ୍ରସ୍ତ,ଜଣେ ମୃତ 

mahabharatanews

ଶୀତର ପ୍ରକୋପ ବଢୁଥିବାରୁ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

mahabharatanews

ରାଷ୍ଟ୍ରିୟ ସଙ୍ଗୀତ ଗାନକୁ ନେଇ ମାଦ୍ରାସ ବୋର୍ଡର ବଡ ନିଷ୍ପତ୍ତି

mahabharatanews