ଓଡିଶା

ଭୁବନେଶ୍ୱରରେ ଜୟଶଙ୍କର

(ଭୁବନେଶ୍ୱର) :ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ଜୟଶଙ୍କର ସେଠାରେ ତାଙ୍କୁ ରାଜ୍ୟ ବିଜେପି ପକ୍ଷରୁ ବିପୁଳ ସ୍ଵାଗତ କରାଯାଇଥିଲା । ତାଙ୍କର ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମ ରହିଛି । ଯେପରିକି ଏଡିଟର୍ସ ମିଟ, ବୁଦ୍ଧିଜୀବୀ ସମ୍ମିଳନୀ ପରେ ଏକ ସାମ୍ବାଦିକ ସମ୍ମିଳନୀ କରିବେ।

ସୂଚନାନୁଯାୟୀ , ଆସନ୍ତାକାଲି ସକାଳେ କଟକ ଯାଇ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ପରେ ଅପରାହ୍ନରେ ସମ୍ବଲପୁରରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗଦେବେ । ରାଜ୍ୟର ତିନି ରାଜନୈତିକ ଦଳର ଶୀର୍ଷ ନେତୃତ୍ୱଙ୍କ ହାଇଭୋଲଟେଜ୍‌ ପ୍ରଚାର ଏବେ ଆରମ୍ଭ ହୋଇଗଲାଣି। ବିପକ୍ଷଙ୍କୁ ଟାର୍ଗେଟ୍‌ କରିବେ ଦଳର ନେତା। ଏହାରି ଭିତରେ ତିନି ଦଳର ଷ୍ଟାର ପ୍ରଚାରକ ନିଜ ନିଜ ଦଳର ପ୍ରଚାର ପାଇଁ ଆରମ୍ଭ କରିସାରିଛନ୍ତି ପ୍ରସ୍ତୁତି। ଭୋଟରଙ୍କ ମନ ଜିଣିବାକୁ ସବୁ ପ୍ରକାର ପ୍ରୟାସ କରୁଛନ୍ତି। ବ୍ରହ୍ମପୁର ସହର ଉପକଣ୍ଠ କନିଷିଠାରେ ଆୟୋଜିତ ସଭାରେ ସାମିଲ ହେବେ ମୋଦି । ଏହାପରେ ନବରଙ୍ଗପୁରରେ ଜନସଭାକୁ ସମ୍ୱୋଧିତ କରିବେ।୬ ତାରିଖ ଦିନ ୧୦ଟାରେ ବ୍ରହ୍ମପୁର କନିଷିରେ ଆୟୋଜିତ ଜନସମାବେଶରେ ପ୍ରଧାନମନ୍ତ୍ରୀ ଉଦ୍‌ବୋଧନ ଦେବେ । ବ୍ରହ୍ମପୁର ଓ ଆସିକା ଲୋକସଭା ଆସନ ସହିତ ଏହା ଅଧୀନରେ ଥିବା ସମସ୍ତ ବିଧାନସଭା ଆସନକୁ ବିଜେପି ଫୋକସ୍‌ କରୁଛି ।

Related posts

ପାଟଣା ସୁରକ୍ଷା କମିଟି ଆବାହାକ ୧୦ହଜାର ଶହେ ଟଙ୍କା ଦାନ କଲେ ରିଲିଫ ପାଣ୍ଠିକୁ

mahabharatanews

କରୋନା ମୁକାବିଲା: ଦୋକାନ ବଜାର ବନ୍ଦ

mahabharatanews

ଧବଳେଶ୍ୱର ମନ୍ଦିରର ମୁଖ୍ୟ ଦ୍ୱାର ଭାଙ୍ଗି ଦର୍ଶନ କଲେ ଶ୍ରଦ୍ଧାଳୁ

mahabharatanews