ଓଡିଶା

 ଉତ୍ତରପ୍ରଦେଶରେ ପ୍ରବଳ ବର୍ଷା,ଗଲାଣି ୩୪ ଜୀବନ 

(ଉତ୍ତରପ୍ରଦେଶ) :  ଉତ୍ତରପ୍ରଦେଶରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ଜନିତ କାରଣ ପାଇଁ ଗତ ୨୪ ଘଣ୍ଟା ମଧ୍ୟରେ ୩୪ ଜଣଙ୍କ ମୃତ୍ୟୁ ହୋଇଛି। ୧୭ ଜଣଙ୍କର ବଜ୍ରପାତରେ ମୃତ୍ୟୁ ହୋଇଥିବାବେଳେ ୧୨ ଜଣଙ୍କର ପାଣିରେ ବୁଡ଼ି ଏବଂ ଅନ୍ୟ ୫ ଜଣଙ୍କର ବର୍ଷା ଯୋଗୁଁ ମୃତ୍ୟୁ ହୋଇଛି। ଏନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉକ୍ତ ଘଟଣାରେ ଗଭୀର ଶୋକ ପ୍ରକାଶ କରିଥିବା ବେଳେ ମୃତକଙ୍କ ପରିବାର ସଦସ୍ୟଙ୍କ ପାଇଁ ଯୋଗୀ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା କରିଛନ୍ତି।

ସୂଚନାନୁଯାୟୀ, ଆହତମାନଙ୍କର ଉପଯୁକ୍ତ ଚିକିତ୍ସା କରିବାପାଇଁ ଯୋଗୀ କହିଛନ୍ତି। ରିଉତ୍ତରପ୍ରଦେଶରେ ଚଳିତ ମୌସୁମୀ ଋତୁରେ ବର୍ତ୍ତମାନ ସୁଦ୍ଧା ୧୧ ପ୍ରତିଶତ ଅଧିକ ବର୍ଷା ହୋଇଛି। ନଦୀ ଗୁଡ଼ିକରେ ଜଳସ୍ତର ବଢ଼ୁଥିବାରୁ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଯାଇଛି। ରାଜ୍ୟରେ ୭୫ ଜିଲ୍ଲା ମଧ୍ୟରୁ ୬୮ଟି ଜିଲ୍ଲାରେ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁଁ ଗଙ୍ଗା, ରାମଗଙ୍ଗା ଏବଂ ଯମୁନା ନଦୀରେ ଜଳସ୍ତର ବୃଦ୍ଧି ପାଇଛି।

Related posts

ସମ୍ବଲପୁରରେ ବର୍ଷେ ବନ୍ଦ ସମସ୍ତ ଧାର୍ମିକ ଶୋଭାଯାତ୍ରା

mahabharatanews

ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ, ବାଲୁକା କଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳୀ

mahabharatanews

ଗଜପତି ମହୋତ୍ସବ-୨୦୨୫ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

mahabharatanews