ଓଡିଶା

ସୃଷ୍ଟି ହେବ ଏକ ଲଘୁଚାପ , ଆଜିଠୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମନା

 (ଭୁବନେଶ୍ୱର) : ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍‌ସଂଲଗ୍ନ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ରହିଛି। ଫଳରେ  ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ।

ସୂଚନାନୁଯାୟୀ , ଗୁରୁବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବା ବେଳେ ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ନୟାଗଡ଼, ବରଗଡ଼, ‌ସୁବର୍ଣ୍ଣପୁର, ବଲାଙ୍ଗୀର, ବରଗଡ଼, କଟକ, ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଜୁଲାଇ ୨୧ରେ ସୁବର୍ଣ୍ଣପୁର, ବଲାଙ୍ଗୀର, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, କଟକ, ଜଗତ୍‌ସିଂହପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ବାକି ଜିଲ୍ଲାଗୁଡ଼ିକରେ ମଧ୍ୟମରୁ ପ୍ରବଳ ବର୍ଷା ‌ହେବ। ଜୁଲାଇ ୨୨ ଓ ୨୩ରେ ମଧ୍ୟ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ। ତେଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ବାରଣ କରାଯାଇଛି।

Related posts

ପ୍ରବଳ ବର୍ଷା ସମ୍ଭାବନା ,:ଆସୁଛି ୨ଟି ଲଘୁଚାପ

mahabharatanews

ଶ୍ରୀମନ୍ଦିରରେ ଠେଲାପେଲା ସ୍ଥିତି, ଦର୍ଶନ ବନ୍ଦ

mahabharatanews

ବଜ୍ରାଘାତରେ ଦୁଇ ଚାଷୀ ମୃତ

mahabharatanews