ଓଡିଶା

ଆସନ୍ତାକାଲିଠୁ ଗଡିବ ବନ୍ଦେ ଭାରତ ଏକ୍ସପ୍ରେସ

(ପୁରୀ) : ଆସନ୍ତାକାଲି ରାଜ୍ୟରେ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍ । ପୁରୀ ଓ ହାୱଡା ମଧ୍ୟରେ ଚଳାଚଳ କରିବ । ଆସନ୍ତା ୧୮ ରେ ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଏଥିଲାଗି ପୁରୀ ରେଳ ଷ୍ଟେସନରେ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି।

ସୂଚନାନୁଯାୟୀ ,ଷ୍ଟେସନ୍‌କୁ ସଜା ଯାଉଛି । ରେଳ ଟ୍ରାକକୁ ରଙ୍ଗ କରାଯାଉଛି ।ପ୍ରତିଦିନ ଚାଲିବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସ ସକାଳ ୬ଟା ୧୦ରେ ହାୱଡା ଷ୍ଟେସନରୁ ବାହାରି ୧୨ଟା ୨୫ରେ ପୁରୀରେ ପହଞ୍ଚିବ। ଗତ ଏପ୍ରିଲ ୨୮ ଓ ମେ’ ୭ ତାରିଖରେ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସର ଦୁଇ ଦୁଇ ଥର ସଫଳ ଟ୍ରାଏଲ ରନ୍ ହୋଇସାରିଛି ।

Related posts

ବର୍ଷାରେ ଭିଜୁଛି ରାଜ୍ୟ, ୪ ଦିନ ବର୍ଷାରୁ ନାହିଁ ନିସ୍ତାର

mahabharatanews

ଆଜି ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜୁଉ

mahabharatanews

ଅଷ୍ଟମ ଦିନରେ ଶ୍ରୀଅଲାରନାଥଙ୍କ ଦର୍ଶନ,ପ୍ରବଳ ଗହଳି  

mahabharatanews