ଓଡିଶା

ଓଡ଼ିଶାରେ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ 

(ଭୁବନେଶ୍ୱର) :  ଖୁବ ଶୀଘ୍ର ଓଡ଼ିଶାରେ ଗଡିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ଆଜି ଭୁବନେଶ୍ୱରରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏନେଇ ଘୋଷଣା କରିଛନ୍ତି । ଆଜି ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସ ତେଜସ୍ କୋଚର ଶୁଭାରମ୍ଭ କରିବା ସମୟରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱର ରାଉରକେଲା ରୁଟରେ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଚାଲିବା ନେଇ ଘୋଷଣା କରିଛନ୍ତି ।

ସୂଚନାନୁଯାୟୀ ,  ତେବେ ଏଥିପାଇଁ ରୁଟ୍ ଚାର୍ଟ ଫାଇନାଲ ହୋଇସାରିଛି ବୋଲି କେନ୍ଦ୍ର ରେଳ ମନ୍ତ୍ରୀ କହିଛନ୍ତି । ମନ୍ତ୍ରୀଙ୍କ ସୂଚନା ଅନୁସାରେ, ପୁରୀରୁ ଭୁବନେଶ୍ୱର, କଟକ, ଢେଙ୍କାନାଳ, ଅନୁଗୁଳ, ତାଳଚେର, ସମ୍ବଲପୁର, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା ଦେଇ ରାଉରକେଲା ଯିବ । ଯାହା ଦ୍ୱାରା ପଶ୍ଚିମ ଓଡ଼ିଶାବାସୀ ଅଧିକ ଉପକୃତ ହେବେ । କଲେଜ୍ ଯାଉଥିବା ବେଳେ ୩ ଛାତ୍ରୀଙ୍କୁ ପିଟିଦେଲା ଟ୍ରକ୍ ; ଗୁରୁତର ଅବସ୍ଥାରେ ବୁର୍ଲା ମେଡିକାଲରେ ଭର୍ତ୍ତି ଏହାପୂର୍ବରୁ ମେ’ ୧୮ ତାରିଖରେ ଓଡ଼ିଶାରେ ପ୍ରଥମ ବନ୍ଦେ ଭାରକ ଏକ୍ସପ୍ରେସ ଗଡିଥିଲା । ପୁରୀରୁ ହାୱଡା ମଧ୍ୟରେ ଚଳାଚଳ କରୁଛି ଏହି ସେମି ହାଇସ୍ପିଡ୍ ଟ୍ରେନ୍। ଏହାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ।

Related posts

 ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡ଼ପ ମଣ୍ଡପକୁ ବିଜେ

mahabharatanews

୧୬ ଦିନ ମହିଳାଙ୍କୁ ମା’ବିମଳା ମନ୍ଦିର ମନା

mahabharatanews

ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

mahabharatanews