ଓଡିଶା

ଭିଜିଲାନ୍ସ ଜାଲରେ ଆୟୁର୍ବେଦିକ କଲେଜ ଅଧ୍ୟକ୍ଷ

(ବଲାଙ୍ଗୀରି) : ଭିଜିଲାନ୍ସ ପଞ୍ଝାରେ ଆୟୁର୍ବେଦିକ କଲେଜ ଅଧ୍ୟକ୍ଷ । ବଲାଙ୍ଗୀର ଆୟୁର୍ବେଦିକ କଲେଜ ଅଧ୍ୟକ୍ଷ ସୁଦର୍ଶନ ବେହେରାଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି । ତେବେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆୟୁର୍ବେଦିକ କଲେଜ ଆଣ୍ଡ ହସ୍ପିଟାଲ ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କ ବଲାଙ୍ଗୀର ଅଫିସ୍ ଓ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ଉ ଜାରି ରହିଛି ।

ସୂଚନାନୁଯାୟୀ ,  ପୁରୀ ଜିଲ୍ଲାରେ ଥିବା ୪ଟି ଘରେ ଭିଜିଲାନ୍ସ ଟିମ୍ ଚଢ଼ଉ କରୁଛି । ଏଣେ ସୁଦର୍ଶନ ବେହେରାଙ୍କ ସମ୍ବଲପୁର ସ୍ଥିତ ପତ୍ନୀଙ୍କ କ୍ୱାର୍ଟର୍ସରେ ବି ଚଢ଼ଉ ଚାଲିଛି । ରେଡ୍ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଛି । ଭୁବନେଶ୍ୱର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ୱଆରା ଜାରି ସର୍ଚ୍ଚ ୱାରେଣ୍ଟ୍ କ୍ଷମତା ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଘର ଚଢ଼ଉ ଚାଲିଛି । ସୁଦର୍ଶନ ବେହେରାଙ୍କ ବଲାଙ୍ଗୀରର ଅଫିସ, ପୁରୀ ଜିଲ୍ଲା ସାକ୍ଷୀଗୋପାଳ ଜୟପୁର ପୈତୃକ ଗାଁ, ସତ୍ୟବାଦୀ ଥାନା ନାହାଳ, କାଶୀହରିପୁର, ସିମିଳି ସୋରିଷିଆପଦାରେ ଥିବା ସଂପର୍କୀୟଙ୍କ ଗାଁ ସମ୍ବଲପୁର ସ୍ଥିତ ସିଆରପିଏଫ୍ କ୍ୟାମ୍ପସରେ ଥିବା ପତ୍ନୀଙ୍କ କ୍ୱାର୍ଟର୍ସରେ ଚଢ଼ଉ କରୁଛି ଭିଜିଲାନ୍ସ ।

Related posts

ଆସନ୍ତାକାଲି ନୂଆଖାଇ, ପ୍ରସ୍ତୁତି ଆରମ୍ଭ  

mahabharatanews

୪୫ ଦିନ ମଧ୍ୟରେ କରୋନା ପ୍ରଭାବ କମିବ: ଡା. ସିବିକେ ମହାନ୍ତି

mahabharatanews

ଜେଲ ପାଚେରୀ ଡେଇଁ ଦୁଇ ବିଚାରାଧୀନ କଏଦୀ ଫେରାର

mahabharatanews