ଢେଙ୍କାନାଳ: ଡେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକରେ ବରିହାପୁର ଉତ୍ତ ପ୍ରାଥମିକ ବିଦ୍ୟାଳୟରେ ସେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଯୁବଶକ୍ତି ସମର୍ପିତ ଓଡି଼ଶା ସଂଗଠନ ଆନୁକୂଲ୍ୟରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପର୍ଜଙ୍ଗ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନୃୃସିଂହ ଚରଣ ସାହୁ, ସମ୍ମାନିତ ଅତିଥି ଭାବେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅକ୍ଷୟ ବେହେରା, ବରିହାପୁର ସମବାୟ ସମିତି ଅଧ୍ୟକ୍ଷ ଭୂପେଶ ଚନ୍ଦ୍ର ପ୍ରଧାନ ସ୍ୱେଚ୍ଛାକୃତ ରକ୍ତଦାନ ଶିବିରକୁ ଉଦଘାଟନ କରିଥିଲେ। ଏଥିରେ ଯୁବଶକ୍ତି ଓଡି଼ଶା ସମର୍ପିତ ଅଧ୍ୟକ୍ଷ ହିମାଂଶୁ ଭୂଷଣ ବାରିକ, ଯୁବ ଶକ୍ତି ଓଡି଼ଶାର ବହୁ ସଦସ୍ୟ ଓ ସ୍ଥାନୀୟ ଅଞ୍ଚଳର ଯୁବପୀଢି ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ। କାର୍ଯ୍ୟକ୍ରମରେ ମୋଟ ୫୪ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା।
previous post
