ଓଡିଶା

ବାତ୍ୟା ପରବର୍ତ୍ତୀ ମୁକାବିଲା ନେଇ ୱାରରୁମ୍ ପ୍ରସ୍ତୁତ: ଶକ୍ତି ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପୁରାପୁରି ପ୍ରସ୍ତୁତ ଥିବା ସୂଚନା ପ୍ରଦାନ କରିଛି ଶକ୍ତି ବିଭାଗ । ବାତ୍ୟା ପୂର୍ବ, ବାତ୍ୟା ସମୟ ଓ ବାତ୍ୟା ପରବର୍ତ୍ତୀ ମୁକାବିଲା ନେଇ ୱାରରୁମ୍ ପ୍ରସ୍ତୁତ କରାଯାଇଛି । ସବୁ ପ୍ରକାର ପଦକ୍ଷେପ ନିଆଯାଇଛି ବୋଲି କହିଛନ୍ତି ଶକ୍ତି ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର । ସେହିପରି ପ୍ରତିକ୍ରିୟା ରଖିଛନ୍ତି ଶକ୍ତି ସଚିବ ନିକୁଞ୍ଜ ଧଳ ।

ସେ କହିଛନ୍ତି ଓପିଟିସିଲ୍ ଓ ଅନ୍ୟ ଡିଷ୍ଟ୍ରିବ୍ୟୁସନ୍ ସଂସ୍ଥା ପ୍ରସ୍ତୁତ ଅଛନ୍ତି । ମନିଟର ମେକାନିଜମ ଆରମ୍ଭ ହୋଇଛି । ପର୍ଯ୍ୟାପ୍ତ ପରିମାଣର ମ୍ୟାଟେରିଆଲ ଅଛି । କର୍ମଚାରୀଙ୍କୁ ପଠାଇବା ପାଇ ବ୍ୟବସ୍ଥା କରାଯାଇଛି । ଗତ ବାତ୍ୟା ସମୟରେ ୯୯.୫ ପ୍ରତିଶତ ଉପଭୋକ୍ତାଙ୍କୁ ୫ ଦିନ ମଧ୍ୟରେ ସଂଯୋଗ ଦିଆଯାଇଥିଲା । ପୂର୍ବରୁ ମଧ୍ୟ କମ୍ ସମୟରେ ଶକ୍ତି ସଂଯୋଗ କରିବାରେ ବିଭାଗ ସଫଳ ହୋଇଛି ଶକ୍ତି ବିଭାଗ। ଏବେବି ଓଡ଼ିଶା ସବୁ ପରିସ୍ଥିତିରେ ପ୍ରସ୍ତୁତ ରହିବା ସହ ସବୁ ପ୍ରକାର ପଦକ୍ଷେପ ନିଆଯାଇଥିବା ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର କହିଛନ୍ତି।

ଚଳିତ ଥର ହସ୍ପିଟାଲକୁ ବିଦ୍ୟୁତ୍ ସଂଯୋଗ, ପାନୀୟ ଜଳ ୟୁନିଟକୁ କିପରି ଶକ୍ତି ସଂଯୋଗ ନ କଟିବ ସେ ନେଇ ବ୍ୟବସ୍ଥା ହୋଇଛି । ଯଦି ସମସ୍ୟା ଉପୁଜେ ପ୍ରାଥମିକତା ଭିତ୍ତିରେ କିପରି ସେଠାକୁ ସଂଯୋଗ ଦିଆଯିବ ଓ କିପରି ଯଥାଶୀଘ୍ର ସଂଯୋଗ ଦିଆଯିବ ସେ ନେଇ ବ୍ୟବସ୍ଥା କରାଯାଇଛି । ଯଦି ସେପରି ସ୍ଥିତି ଆସେ ଆହୁରି ଶୀଘ୍ର ସଂଯୋଗ ଦେବାକୁ ବ୍ୟବସ୍ଥା ହୋଇଛି। ହସ୍ପିଟାଲ, ପାନୀୟ ଜଳ ୟୁନିଟକୁ କିପରି ଶକ୍ତି ସଂଯୋଗ ନକଟିବ ସେନେଇ ବ୍ୟବସ୍ଥା ହୋଇଛି। ସମସ୍ୟା ଉପୁଜିଲେ ପ୍ରାଥମିକତା ଭିତ୍ତିରେ କିପରି ସଂଯୋଗ ଦିଆଯିବ ସେନେଇ ବ୍ୟବସ୍ଥା କରାଯାଇଛି।

Related posts

୩ରୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

mahabharatanews

ଆଜି NEET UG ୨୦୨୬ ପରୀକ୍ଷା

mahabharatanews

ବାସୁଦେବପୁର ଯୁବ ଆର୍ଯ୍ୟ ସମାଜ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ସମ୍ମାନ

mahabharatanews