ଓଡିଶା

ବଙ୍ଗୋପସାଗରରେ ପଛକୁ ପଛ ଲଘୁଚାପ, ୨ ଦିନ ବର୍ଷିବ

ଭୁବନେଶ୍ବର:  ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡକୁ ଲାଗି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପଟି ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେବ। ପ୍ରଭାବରେ ଆଜି ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଆଇଏମଡି ଡିଜି କହିଛନ୍ତି ଯେ,  ଘୂର୍ଣ୍ଣିବଳୟ ଏବଂ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ। କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ପ୍ରବଳ ବର୍ଷା ନେଇ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ କି ନାହିଁ ସୃଷ୍ଟ ହୋଇନାହିଁ।  ସୂଚନାଯୋଗ୍ୟ, ରାଜ୍ୟରେ କିଛି ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ନଦୀ ଗୁଡ଼ିକ ଫୁଲିବା ସହ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହୋଇଛି। ଏଥିସହ ତଳିଆ ଅଞ୍ଚଳରେ ବିଭିନ୍ନ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ନଜିର ରହିଛି।

Related posts

ଜାତୀୟ ଶିକ୍ଷା ନୀତି ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ

mahabharatanews

ଆନ୍ଧ୍ରରେ ଅଟକିଛନ୍ତି ୪୨ ଛାତ୍ର ଛାତ୍ରୀ

mahabharatanews

୨୦ ଫୁଟ ତଳକୁ ଖସିଲା ବସ, ୪ ଆହତ

mahabharatanews