ଓଡିଶା

୨୪ ଘଣ୍ଟା ମଧ୍ୟରେ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଉତ୍ତର ଆଭ୍ୟନ୍ତର ରୁ ଦକ୍ଷିଣ ଆଭ୍ୟନ୍ତର ଅଞ୍ଚଳରେ ଥିବା ଅନୂନ୍ୟ ୧୫ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସମୟରେ ୭ଟି ଜିଲ୍ଲାରେ କାଳବୈଶାଖୀର ଅଧିକ ପ୍ରଭାବ ଦେଖିବାକୁ ମିଳିବ ବୋଲି କୁହାଯାଇଛି। ତେଣୁ, ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୭ଟି ଜିଲ୍ଲା ପାଇଁ ଆସନ୍ତାକାଲି ମଧ୍ୟାହ୍ନ ପର୍ୟ୍ୟନ୍ତ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଜାରି ସୂଚନା ଅନୁଯାୟୀ, ଏହି ସମୟ ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତର, ଉତ୍ତର ଆଭ୍ୟନ୍ତର ଓ ଉପକୂଳ ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, ନୂଆପଡ଼ା, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ବହୁ ସ୍ଥାନରେ କାଳବୈଶାଖୀର ପ୍ରଭାବ ଅନୁଭୂତ ହେବା ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷାର ସମ୍ଭାବନା ରହିଛି। ବିଶେଷ କରି କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ ପ୍ରମୁଖ ୭ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ପ୍ରବଳ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ହେବାର ସମ୍ଭାବନା ରହିଛି।

Related posts

ରାଜଧାନୀର ଏକ ଘରୋଇ ହସ୍ପିଟାଲରୁ ଆସିଲା ଯୌନ ନିର୍ଯାତନା ଅଭିଯୋଗ

mahabharatanews

କମ୍ପାନୀର ମନମାନି: କାମ ଅଭାବରୁ ଭୋକ ଓପାସରେ ଦିନ କାଟୁଛନ୍ତି ଶ୍ରମିକ

mahabharatanews

୨୦ ଫୁଟ ତଳକୁ ଖସିଲା ପିକ ଅପ ଭ୍ୟାନ: ୫ ଆହତ

mahabharatanews