(ଭୁବନେଶ୍ୱର) : ଆନ୍ଧ୍ର ଉପକୂଳରେ ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିପାରେ । ଏପରିକି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳରେ ଲାଗିରହିଛି ବର୍ଷା । ଆସନ୍ତା ୭ ଓ ୮ ତାରିଖରେ ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ସୂଚନାନୁଯାୟୀ , ଆଜି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ମୁଖ୍ୟତଃ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
