ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି । କିଛି କିଛି ଜିଲ୍ଲାରେ ଏବେ ୪୪ଡିଗ୍ରି ଉପରେ ତାପମାତ୍ରା ରହୁଥିବା ବେଳେ ଲୋକଙ୍କର ବାହାରକୁ ବାହାରିବା କଷ୍ଟକର ହୋଇପଡ଼ିଛି। ତେବେ ସାରା ରାଜ୍ୟରେ ଏହି ଗ୍ରୀଷ୍ମ ବର୍ଷା ଆହୁରି ୩ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାଶ। ସେ କହିଛନ୍ତି ଯେ, ଆଗାମୀ ୩ ଦିନ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତ୍ତନ ହେବାର ନାହିଁ। ଆଜିଠାରୁ ୨୯ ତାରିଖ ପର୍ଯ୍ୟନ୍ତ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ଟି ଜିଲ୍ଲାରେ ରହିଛନ୍ତି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ଅନୁଗୁଳ, ଦେଓଗଡ, ମୟୂରଭଞ୍ଜ, ବରଗଡ, ଝାରସୁଗୁଡ଼ା ଓ ବଲାଙ୍ଗୀର । ଏହା ସହ ୩୦ ତାରିଖରେ ୮ ଜିଲ୍ଲାକୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ କଳାହାଣ୍ଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଆକାଶରୁ ଝରୁଥିବା ନିଆଁ ପାଇଁ ଅସ୍ତବ୍ୟସ୍ତ ହୋଇ ପଡ଼ିଛି ଜନଜୀବନ । ଆଜି ଦିନ ୧୧.୩୦ ସୁଦ୍ଧା ଭୁବନେଶ୍ବର ୩୮.୬, ବାଲେଶ୍ବର ୩୭.୨, ଝାରସୁଗୁଡ଼ା ୪୦, ସମ୍ବଲପୁର ୪୦, କେନ୍ଦୁଝର ୩୯, ପୁରୀ ୩୨ ଡିଗ୍ରୀ ଛୁଇଁଥିବା ବେଳେ ଗତକାଲି ବୌଦ୍ଧ ଜିଲ୍ଲା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା।
previous post
