ଓଡିଶାପାଣିପାଗ

୧୮ ଜିଲ୍ଲାରେ ପ୍ରବଳ ବର୍ଷିବ!

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ବର୍ଷା। ପାଣିପାଗ ବିଭାଗ ତାଜା ସୂଚନା ଅନୁସାରେ, ଆଜି ମଧ୍ୟ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । କାହିଁକିନା, ଓଡ଼ିଶା ଉପରେ ମୌସୁମୀ ଟ୍ରପ୍ ଲାଇନ୍ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଆଗାମୀ ୪ ଦିନ ଯାଏଁ ବର୍ଷା ଲାଗି ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ପ୍ରବଳ ବର୍ଷା ନେଇ ଆଜି ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଉତ୍ତର ଓଡ଼ିଶା ସମେତ ଅନୁଗୁଳ, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ।

ସେହିପରି, ଆସନ୍ତାକାଲି ଓ ୧୫ ତାରିଖରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ବାଲେଶ୍ବର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ତେବେ, ଏହି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି ହୋଇଥିବାରୁ ପ୍ରଶାସନ ସଜାଗ ରହିବା ସହ ‌ଯେକୌଣସି ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ଏସ୍‌ଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ସଜାଗ କରାଯାଇଛି। ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବାକୁ ଚାହିଁବୁ ଯେ, ଚଳିତ ମୌମୁମୀ ଋତୁରେ  ଏଯାଏଁ ୮ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ଼ ହୋଇଛି।

Related posts

ଶ୍ରୀମନ୍ଦିରେ ମହାପ୍ରଭୁଙ୍କର ଲକ୍ଷ୍ମୀନୃସିଂହ ବେଶ

mahabharatanews

ମଦ ଦୋକାନ ଆଗରେ ଭିଡ ନିୟନ୍ତ୍ରଣ କରିବେ ସରକାରୀ ସ୍କୁଲ ଶିକ୍ଷକ

mahabharatanews

ଲଗାଣ ବର୍ଷା ; ଲୋକଙ୍କୁ ଘାଟି ରାସ୍ତା ମନା

mahabharatanews