(ଭୁବନେଶ୍ୱର): ଆଗାମୀ ୪୮ ଘଣ୍ଟା ପରେ ପୁଣି ବଢିବ ତାତି। ଏନେଇ ପାଣିପାଗ କେନ୍ଦ୍ର ଭୁବନେଶ୍ୱରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ୪୮ ଘଣ୍ଟା ପରେ ରାଜ୍ୟରେ ୨ରୁ ୪ ଡିଗ୍ରି ତାପମାତ୍ରା ବଢିବା ନେଇ ଆକଳନ କରାଯାଇଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ବର୍ଷା ୬୪ ମିଲିମିଟର ବର୍ଷା ଢେଙ୍କାନାଳରେ ରେକର୍ଡ ହୋଇଛି। ଆଗାମୀ ୩ ଦିନ ବିକ୍ଷିପ୍ତ ବର୍ଷା ରାଜ୍ୟରେ ଦେଖିବାକୁ ମିଳିବ।
ସୂଚନାନୁଯାୟୀ,ଆସନ୍ତା ୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁବ। ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପପୁଞ୍ଜ ଓ ଦକ୍ଷିଣ-ର୍ବ ବଙ୍ଗୋପସାଗରକୁ ମୌସୁମୀ ବାୟୁ ଅଗ୍ରସର ହେବାକୁ ଏବେ ପାଗ ଅନୁକୂଳ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
