ଓଡିଶା

୪୮ ଘଣ୍ଟା ପରେ ପୁଣି ବଢିବ ତାତି

(ଭୁବନେଶ୍ୱର):  ଆଗାମୀ ୪୮ ଘଣ୍ଟା ପରେ ପୁଣି ବଢିବ ତାତି। ଏନେଇ ପାଣିପାଗ କେନ୍ଦ୍ର ଭୁବନେଶ୍ୱରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ୪୮ ଘଣ୍ଟା ପରେ ରାଜ୍ୟରେ ୨ରୁ ୪ ଡିଗ୍ରି ତାପମାତ୍ରା ବଢିବା ନେଇ ଆକଳନ କରାଯାଇଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ବର୍ଷା ୬୪ ମିଲିମିଟର ବର୍ଷା ଢେଙ୍କାନାଳରେ ରେକର୍ଡ ହୋଇଛି। ଆଗାମୀ ୩ ଦିନ ବିକ୍ଷିପ୍ତ ବର୍ଷା ରାଜ୍ୟରେ ଦେଖିବାକୁ ମିଳିବ।

ସୂଚନାନୁଯାୟୀ,ଆସନ୍ତା ୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁବ। ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପପୁଞ୍ଜ ଓ ଦକ୍ଷିଣ-ର୍ବ ବଙ୍ଗୋପସାଗରକୁ ମୌସୁମୀ ବାୟୁ ଅଗ୍ରସର ହେବାକୁ ଏବେ ପାଗ ଅନୁକୂଳ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

 

 

Related posts

ସିମେଣ୍ଟ ବୋଝେଇ ଟ୍ରକକୁ ପଛ ପଟୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ

mahabharatanews

ରାଷ୍ଟ୍ରପତିଙ୍କୁ ଚିଠି ମାଧ୍ୟମରେ କ୍ଷମା ମାଗିଲେ ଅଧୀର

mahabharatanews

ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ କଂସ ଭୂମିକାରେ ଅଭିନୟ କରିବେ ସୁଶୀଲ ମେହେର

mahabharatanews