ଓଡିଶା

କାଳବୈଶାଖୀ ସମ୍ଭାବନା : ୧୭ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) : ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ତାତି କହିଲେ ନସରେ । ଏଥିରୁ ମୁକ୍ତି ପାଇବା ପାଇଁ ସମସ୍ତେ କାଳବୈଶାଖୀକୁ ଅପେକ୍ଷା କରିଛନ୍ତି ।  ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୂଚନାନୁଯାୟୀ , ଏଥିସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୮ ତାରିଖ ଗୁରୁବାର ଅପରାହ୍ନ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।

Related posts

ଆଜି ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

mahabharatanews

ସଡକ ଦୂର୍ଘଟଣା ରେ ୨ମୃତ

mahabharatanews

ବଜ୍ରାଘାତରେ ଚାଲିଗଲା ୩ ଜୀବନ

mahabharatanews