(ଭୁବନେଶ୍ୱର) : ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ଆହୁରି ୨୪ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଣ୍ଟା ପାଇଁ ଉତ୍ତର ଓଡିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସୂଚନାନୁଯାୟୀ , ମତ୍ସ୍ୟଜୀବୀଙ୍କୁ ଆଗାମୀ ୨୪ ଘଣ୍ଟା ଯାଏଁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି କରାଯାଇଛି । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ଓଡିଶା ଉପକୂଳ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରକୁ ଯିବାକୁ ସମ୍ପୂର୍ଣ ବାରଣ କରାଯାଇଛି । ତଳୁଆ ଚାଷଜମି ଗୁଡିକରେ ପାଣିଜମିବାର ସମ୍ଭାବନା ଥିବାରୁ ଜଳନିସ୍କାସନ ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ ପାଇଁ ପାଣିପାଗ ବିଭାଗ ସୂଚନା ଦିଆଯାଇଛି ।