ଓଡିଶାପାଣିପାଗ

ଆଜିଠୁ ୯ ଯାଏଁ ବର୍ଷିବ

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ପ୍ରବଳ ବର୍ଷା ହେବ। ସନ୍ଧ୍ୟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୭ରେ ଏହା ଲଘୁଚାପ ରୂପ ନେବ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ତେବେ ପାଣିପାଗ ବିଭାଗ ଅନୁଯାୟୀ ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ। ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି।

ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିବ। ମଙ୍ଗଳବାର ପୂର୍ବାହ୍ନ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ଜିଲ୍ଲା ସମେତ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ କେରାପୁଟ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

୭ ଓ ୮ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲାଗୁଡ଼ିକ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୯ ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Related posts

ଆଜି ରଥଯାତ୍ରା ଦେଖିବେ ଶ୍ରୀ ବୈଷ୍ଣବ

mahabharatanews

ଗଞ୍ଜାମ ସହରାଞ୍ଚଳରେ ଆଜିଠୁ ପୁଣି ହେଲଥ୍ ସ୍କ୍ରିନିଂ

mahabharatanews

ପ୍ରେମିକାଠୁ ମନଭରିବା ପରେ ଥାନାର ଦ୍ୱାରସ୍ଥ ବିଧାୟକ!

mahabharatanews