ଓଡିଶା

 ଆସନ୍ତା ୫ଦିନ ଯାଏଁ ରାଜ୍ୟରେ ବଡ଼ ବର୍ଷା ନାହିଁ 

(ଭୁବନେଶ୍ୱର) :  ଆସନ୍ତା ୫ଦିନ ଯାଏଁ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ । ତାପମାତ୍ରା ବୃଦ୍ଧି ସହ ପାଗ ଶୁଖିଲା ରହିବ । ଆକାଶ ନିର୍ମଳ ରହିବା ଯୋଗୁଁ ଖରାର ପ୍ରକୋପ ଅଧିକ ରହିବ । ଦିନର ସର୍ବୋଚ୍ଚ ତାପମାତ୍ରା ୩୩ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୨୫ ଡିଗ୍ରି ମଧ୍ୟରେ ରହିବ । ଆସନ୍ତା ୧୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ‌ହୋଇପାରେ । ଆଜି ଓ କାଲି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ଥିବା ବେଳେ ୭ ତାରିଖରୁ ସାରା ଓଡ଼ିଶାରେ ଶୁଖିଲା ପାଗ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସୂଚନାନୁଯାୟୀ , ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହେବା ପରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି । କାଲି ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡରେ ହାଲୁକା ବର୍ଷା ହେବ । ୭ ତାରିଖରୁ ବର୍ଷାର ପରିମାଣ କମିବା ସହ ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ ।

 

Related posts

ଏଣିକି ଶ୍ରୀମନ୍ଦିରରେ ଆଧୁନିକ ପୋଷାକ ମନା 

mahabharatanews

କାର-ବାଇକ୍ ମୁହାଁମୁହିଁ ଧକ୍କା, ୧ ମୃତ

mahabharatanews

ଚଳିତବର୍ଷ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ସମନ୍ୱୟ ବୈଠକ ଶେଷ

mahabharatanews