ଓଡିଶା

ଆଗାମୀ ୪ ଦିନ ଯାଏଁ କାଳବୈଶାଖୀ ସମ୍ଭାବନା

(ଭୁବନେଶ୍ୱର) : ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇସାରିଛି । ରାଜ୍ୟର ଅନେକ ଅଞ୍ଚଳରେ ଗୁଳୁଗୁଳି ସାଙ୍ଗକୁ ଖରାତାତି ଅନୁଭୂତ ହେଲାଣି । ଏଥି ମଧ୍ୟରେ ଆଗାମୀ ୪ ଦିନ ଯାଏଁ ତାତି ରୁ ତ୍ରାହି ଦେବ କାଳବୈଶାଖୀବର୍ଷା । ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୪ଦିନ ପାଇଁ ଅଧିକ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ଅର୍ଥାତ୍ ୧୯ତାରିଖରେ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଅନୁମାନ କରିଛି ପାଣିପାଗ ବିଭାଗ ।

ସୂଚନାନୁଯାୟୀ , ଏହା ସହ ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରଚଣ୍ଡ ବଜ୍ରପାତ ସମ୍ଭାବନା ରହିଛି । ଘଡଘଡି ବିଜୁଳି ସହ ଝଡ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ୧୯ତାରିଖରେ ୧୨ଜିଲ୍ଲାରେ ପ୍ରଚଣ୍ଡ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ୧୪ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କଳହାଣ୍ଡି, ବଲାଙ୍ଗିର, ରାୟଗଡା ଏବଂ ନବରଙ୍ଗପୁର କୁ ସତର୍କତା ଜାରି କରାଯାଇଛି ।

Related posts

ଏଥର ବର୍ଷିବ ବାତ୍ୟା ; ଛୁଇଁ ପାରିବନି କୂଳ

mahabharatanews

ଅଜଣା ଜ୍ୱର ନେଲାଣି ୧୫ ଜୀବନ

mahabharatanews

ଗଛରେ ପିଟି ହେଲା ଆମ୍ବୁଲାନ୍ସ, ଚାଳକ ଗୁରୁତର

mahabharatanews