ଓଡିଶା

ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା, ୬ ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି  

(ଭୁବନେଶ୍ୱର) :  ବଙ୍ଗୋପସାଗରର ଲଘୁଚାପ କ୍ଷେତ୍ର ଏବେ ସକ୍ରିୟ ରହିଛି। ଏହା ଘନୀଭୂତ ହୋଇ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆସନ୍ତା ୨ ଦିନ ମଧ୍ୟରେ ଏହା ଓଡ଼ିଶା ଓ ଛତିଶଗଡ଼ ଅତିକ୍ରମ କରିବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୧୫ ସେପ୍ଟେମ୍ବର, ଶୁକ୍ରବାର ଅପରାହ୍ନ ମଧ୍ୟରେ ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ୯ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଓ ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସୂଚନାନୁଯାୟୀ, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବରଗଡ଼, ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା  ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଲାଲ୍‌ ଚେତାବନୀ ବା ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନବରଙ୍ଗପୁର, କନ୍ଧମାଳ, ବୌଦ୍ଧ, କଟକ, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ କମଳା ଚେତାବନୀ ବା ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Related posts

ଯୁବକଙ୍କ ଅର୍ଦ୍ଧ ଲଗ୍ନ ଝୁଲନ୍ତା ଶବ ଉଦ୍ଧାର: ହତ୍ୟା ସନ୍ଦେହ

mahabharatanews

ବିକାଶ ପଥେ ସ୍ୱାଭିମାନ ଅଂଚଳ

mahabharatanews

ଆଗାମୀ ୩ଦିନ ପ୍ରବଳ ବର୍ଷା ସମ୍ଭାବନା, ୯ ଜିଲ୍ଲାକୁ ସତର୍କ ସୂଚନା ଜାରି

mahabharatanews