ଓଡିଶାପାଣିପାଗ

ରାଜ୍ୟରେ ଜାରି ରହିଛି ଶୀତ ପ୍ରବାହ ; ୨୧ରୁ ବର୍ଷା!

ଭୁବନେଶ୍ବର : କମୁଛି ତାତି ବଢୁଛି ଶୀତ | ରାଜ୍ୟରେ ଜାରି ରହିଛି ଶୀତ ପ୍ରବାହ | ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ବଢୁଛି ଶୀତ । କୋରାପୁଟ ଜିଲ୍ଲା ସେମିଳିଗୁଡ଼ାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୭.୬ ଡିଗ୍ରି ରେକର୍ଡ ହୋଇଛି। ଏହାପରେ କନ୍ଧମାଳ ଜିଲ୍ଲା ଜି. ଉଦୟଗିରିରେ ୮.୨ ଡିଗ୍ରି, ‌କୋରାପୁଟରେ ୧୦.୫, କନ୍ଧମାଳ ଜିଲ୍ଲା ଫୁଲବାଣୀରେ ୧୧, ଦାରିଙ୍ଗବାଡ଼ିରେ ୧୦, କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ୧୨, ସୁନ୍ଦରଗଡ଼ କିରେଇରେ ୧୨, ସମ୍ବଲପୁର ଜିଲ୍ଲା ଚିପିଲିମାରେ ୧୩.୨ ଓ ଝାରସୁଗୁଡ଼ାରେ ୧୩.୬ ଡିଗ୍ରି ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି। ରାତି ତାପମାତ୍ରା ଆଗାମୀ ୪ରୁ ୫ ଦିନ ଯାଏ ସ୍ବଭାବିକ ତାପମାତ୍ରା ଠାରୁ ୨ରୁ ୪ ଡିଗ୍ରି ଯାଏ କମ ରହିବା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପା‌ଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଅନ୍ୟପକ୍ଷେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । କ୍ରମଶଃ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ୧୯ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ ଏନେଇ ସୂଚନା ଦେଇଛି। ଆଗାମୀ ୩ ଦିନରେ ଲଘୁଚାପ ଉତ୍ତର ତାମିଲନାଡୁ, ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଆଡକୁ ମୁହାଁଇବ ବୋଲି ଆକଳନ କରାଯାଇଛି। ଏହାର ପ୍ରଭାବରେ ୨୧ ତାରିଖ ବେଳକୁ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନ‌ରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

Related posts

ତିନିରଥ ନିର୍ମାଣ ପାଇଁ ୧୨୦ ପ୍ରକାର କଣ୍ଟା ଓ ଲୁହା ସାମଗ୍ରୀ ତିଆରି

mahabharatanews

ଲୋକାର୍ପିତ ହେଲା ବହୁପ୍ରତୀକ୍ଷିତ ନେତାଜୀ ବସ୍ ଟର୍ମିନାଲ୍ 

mahabharatanews

ମଦ ବୋଝେଇ ବୋଲେରୋ ଜବତ, ଛଅ ଗିରଫ

mahabharatanews