(ଭୁବନେଶ୍ୱର) : ଏଣିକି ରାତିର ତାପମାତ୍ରା ହ୍ରାସ ପାଇବ। ଉପକୂଳ ଓଡ଼ିଶାର ଅଧିକାଂଶ ସହରର ସର୍ବନିମ୍ନ ତାପମାତ୍ରା ପୁଣିଥରେ ୧୫ ଡିଗ୍ରି ଭିତରେ ରହିବାକୁ ଥିବା ବେଳେ ଦକ୍ଷିଣ ଓ ଅଭ୍ୟନ୍ତରୀଣ ଓଡ଼ିଶାର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରି ଭିତରକୁ ଚାଲି ଆସିବ। ଶୀତ ବଢ଼ିବା ସତ୍ତ୍ବେ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ପରିଲକ୍ଷିତ ହେବ।
ସୂଚନାନୁଯାୟୀ , ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, କନ୍ଧମାଳ, କଟକ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ, ନବରଙ୍ଗପୁର, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼, ଦେବଗଡ଼, କେଦନ୍ଦୁଝର, ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡ଼ି ଲାଗି ରହିବ। ପଶ୍ଚିମଝଡ଼ ପ୍ରଭାବରେ ଉତ୍ତର ଓ ଉତ୍ତର ଅଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।