ଓଡିଶା

କମୁଛି ରାତି ତାପମାତ୍ରା 

(ଭୁବନେଶ୍ୱର) : ସାରା ରାଜ୍ୟର ସମସ୍ତ ସହରରେ ରାତିର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୪ ଡିଗ୍ରି ଓ ପଶ୍ଚିମ ଓଡ଼ିଶା ସହରଗୁଡ଼ିକର ତାପମାତ୍ରା ୩ରୁ ୬ ଡିଗ୍ରି ଅଧିକ ରହୁଛି। ଭବାନୀପାଟଣା, ଟିଟିଲାଗଡ଼, ସମ୍ବଲପୁର, ହୀରାକୁଦ, ବଲାଙ୍ଗୀର ପ୍ରଭୃତି ସହରର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ୩ ରୁ ୬ ଡିଗ୍ରି ପର୍ଯ୍ୟନ୍ତ ଅଧିକ ଥିଲା।

ସୂଚନାନୁଯାୟୀ,   ବାଲେଶ୍ବର ଜିଲ୍ଲାର ବାହାନଗାରେ ସର୍ବାଧିକ ୫ ମିମି ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ନ ହେଲେ ଆସନ୍ତା ୭ ଦିନ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Related posts

୭୧ ଜଣ ଙ୍କୁ ଅବୈଧ ବାଂଲାଦେଶୀ ଭାବେ ଚିହ୍ନଟ କରାଯାଇଛି

mahabharatanews

ଓଡ଼ିଶା ଆସିବେ ମୋଦୀ

mahabharatanews

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲେ ସାଂସଦ

mahabharatanews