ଓଡିଶା

ମହିଳା ଦିବସ ଉପଲକ୍ଷେ ମହିଳାଙ୍କୁ ମିଳିଲା ‘ସୁଭଦ୍ରା’ ଟଙ୍କା

ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ମହିଳାଙ୍କୁ ମିଳିଲା ‘ସୁଭଦ୍ରା’ ଟଙ୍କା । ‘ସୁଭଦ୍ରା’ର ଚତୁର୍ଥ କିସ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମହିଳା ଦିବସ ଅବସରରେ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ପ୍ରଦାନ କରାଯାଇଛି ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି । ପୁରୀ ତାଳବଣିଆ ଠାରେ ଆୟୋଜିତ ବିଶାଳ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ହିତାଧିକାରୀଙ୍କ ବ୍ୟାଙ୍କ୍‌ ଖାତାକୁ ଏହି ଟଙ୍କା ପଠାଇଛନ୍ତି । ଗ୍ରିଭାନ୍ସ ପୋର୍ଟାଲରେ ଆସିଥିବା ଅଭିଯୋଗରୁ ୩୬ ହଜାର ୩୮୫ ଜଣ ପାଇବେ ସୁଭଦ୍ରା ଟଙ୍କା । ୧ କୋଟି ୨ ଲକ୍ଷ ୧୨ ହଜାର ୬୬୫ ଜଣ ହିତାଧିକାରୀ ଉପକୃତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ୫ ହଜାର କୋଟିରୁ ଅଧିକ ଟଙ୍କା ମହିଳାଙ୍କ ଆକାଉଣ୍ଟକୁ ପଠାଯାଇଛି ।

ଏଥର ୨ ଲକ୍ଷ ୧୩ ହଜାର ୧୯୮ ଜଣ ନୂଆ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇଛନ୍ତି । ସୁଭଦ୍ରା ଯୋଜନା ୧୭ ସେପ୍ଟେମ୍ବର, ୨୦୨୪ ରେ ଆରମ୍ଭ ହୋଇଥିଲା। ଶକ୍ତି ଏବଂ ସୁରକ୍ଷାର ପ୍ରତୀକ ଦେବୀ ସୁଭଦ୍ରାଙ୍କ ନାମରୁ ଏହାର ନାମ ନିଆଯାଇଛି। ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କ ଆକାଉଣ୍ଟରେ ଏପର୍ଯ୍ୟନ୍ତ ତିନୋଟି କିସ୍ତି ଟଙ୍କା ପହଞ୍ଚିସାରିଛି। ତିନୋଟି କିସ୍ତିରେ ୧ କୋଟିରୁ ଅଧିକ ହିତାଧିକାରୀ ମୋଟ ୧୫,୦୦୦ ଟଙ୍କା ପାଇସାରିଛନ୍ତି । ସୁଭଦ୍ରା ଯୋଜନା ଅଧିନରେ ଥିବା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବା ପାଇଁ ସରକାର ନିରନ୍ତର ପ୍ରୟାସ ଚଳାଇଛନ୍ତି।

Related posts

ଗତ ୨୪ ଘଣ୍ଟାରେ ୯୬,୪୨୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୧୧୭୪ ମୃତ

mahabharatanews

ବଜ୍ରପାତ ନେଲା ତିନି ଜୀବନ

mahabharatanews

ଡୁକୁରା ରେଞ୍ଜରେ ପଥର ମାଫିଆଙ୍କ ଏକଛତ୍ରବାଦ ସାମ୍ରାଜ୍ୟ

mahabharatanews