ଓଡିଶା

୨୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

(ଭୁବନେଶ୍ୱର) :   ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଝଡ଼ ପବନର ସମ୍ଭାବନା ମଧ୍ୟ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ଜୁନ୍‌ ୧ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଓଡ଼ିଶାର କିଛି ଜିଲ୍ଲାରେ ଘଣ୍ଟା ପ୍ରତି ୩୦- ୪୦ରୁ ଆରମ୍ଭ ହୋଇ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ୨୦ଟି ଜିଲ୍ଲାରେ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।

ସୂଚନାନୁଯାୟୀ , ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନା ଅନୁଯାୟୀ ଏହି ସମୟ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ।

Related posts

ପୁଲିସ ନାମରେ ସାଙ୍ଘାତିକ ଅଭିଯୋଗ ଆଣିଲେ ବହିଷ୍କୃତ ବିଧାୟକ

mahabharatanews

ପଥର ମାଡରେ ବସ୍ କର୍ମଚାରୀ ଆହତ

mahabharatanews

ଓଡିଶାରେ ପଶ୍ଚିମବଙ୍ଗ ଶ୍ରମିକଙ୍କ ଜୀବନ ନେବା ଘଟଣାକୁ ମମତାଙ୍କ ନିନ୍ଦା

mahabharatanews