ଓଡିଶା

କାଳବୈଶାଖୀ ଜନିତ ବର୍ଷା: ୧୦ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଅନୂନ୍ୟ ୧୪ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା, ପବନର ସମ୍ଭାବନା ରହିଛି। ରାଜ୍ୟର ୧୦ଟି ଜିଲ୍ଲାରେ ଏହି ସମୟ ମଧ୍ୟରେ କାଳବୈଶାଖୀର ଅଧିକ ପ୍ରଭାବ ଦେଖିବାକୁ ମିଳିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ୟ୍ୟାଳୟ ପକ୍ଷରୁ ରାଜ୍ୟର ୧୦ଟି ଜିଲ୍ଲା ପାଇଁ ଆସନ୍ତାକାଲି ମଧ୍ୟାହ୍ନ ପର୍ୟ୍ୟନ୍ତ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥିନେଇ ଭୁବନେଶ୍ୱର ସ୍ଥିତ ପାଣିପାଗ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି ।
ସୂଚନା ଅନୁଯାୟୀ, ଏହି ସମୟ ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତର, ଉତ୍ତର ଆଭ୍ୟନ୍ତର ଓ ଉପକୂଳ ସମେତ ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ସୋନପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଅନୁଗୁଳ ଜିଲ୍ଲାର ବହୁ ସ୍ଥାନରେ କାଳବୈଶାଖୀର ପ୍ରଭାବ ଅନୁଭୂତ ହେବ।
ଏହି ସମୟ ମଧ୍ୟରେ ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଦମାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ପ୍ରମୁଖ ୧୦ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ପ୍ରବଳ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ହେବାର ସମ୍ଭାବନା ରହିଛି। ସେଥିପାଇଁ ଆଗାମୀ ୨୪ ଘଣ୍ଟା ପର୍ୟ୍ୟନ୍ତ ଉପରୋକ୍ତ ୧୦ଟି ଜିଲ୍ଲା ପାଇଁ ୟେଲୋ ବା ହଳଦିଆ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Related posts

ବାରକୋଟ ବ୍ଲକ କଦପଡ଼ା ସୋସାଇଟିର ପେକ୍ସ ସମ୍ପାଦକ ରାଉରକେଲା ଭିଜିଲାନ୍ସ ଦ୍ୱାରା ଗିରଫ

mahabharatanews

ପୁରସ୍କୃତ ହେଲେ ୧୬୯ ଜଣ କୃତୀ ପ୍ରତିଯୋଗୀ

mahabharatanews

ଉଦଳା ଗୌଡ଼ୀୟ ମଠରେ ଜନ୍ମାଷ୍ଟମୀ ପାଳିତ

mahabharatanews