ଓଡିଶାପାଣିପାଗ

ଆହୁରି ୫ ଦିନ ବର୍ଷିବ

ଭୁବନେଶ୍ୱର: ଆସନ୍ତା ପାଞ୍ଚ ଦିନ ମଧ୍ୟରେ ଓଡିଶାର ଅନେକ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଆଗାମୀ ଏକ ସପ୍ତାହ ମଧ୍ୟରେ ଓଡିଶାର ଅଧିକାଂଶ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସାଙ୍ଗକୁ ବଜ୍ରପାତ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ସେହିପରି କେତେକ ଅଞ୍ଚଳରେ ଆଗାମୀ ୨୪ ଘଣ୍ଟା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି। ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୁଆପଡା, ବଲାଙ୍ଗୀର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୟାଗଡ଼, ପୁରୀ, ଖୋର୍ଦ୍ଧା ଏବଂ ବରଗଡ ରହିଛି। ତେବେ ଜାଣନ୍ତୁ ଆଉ କେଉଁ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି।

ସେହିପରି ୨୩ ତାରିଖରେ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେପଟେ ୨ ଦିନ ପରେ ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ନେଇ ଆଶଙ୍କା ଦେଖାଦେଇଛି। ବଙ୍ଗୋପସାଗରରେ ସକ୍ରିୟ ଅବପାତ ଓଡ଼ିଶା ଉପକୂଳ ଅତିକ୍ରମ କରିବା ପରେ ଏହା କ୍ରମଶଃ ଦୁର୍ବଳ ହେବ। ହେଲେ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁତୁହା ବର୍ଷା ଜାରି ରହିଛି। ମାଲକାନଗିରିରେ ବନ୍ୟା ପରିସ୍ଥିତ ଉପୁଜିଥିବା ବେଳେ ଆଗକୁ ଆହୁରି ବର୍ଷା ଆଶଙ୍କା ଥିବାରୁ ଜିଲ୍ଲା ପ୍ରଶାସନ ଆଲର୍ଟ ମୋଡରେ ରହିଛି ।

Related posts

‘ହଇଜା ସ୍ଥିତି ନିୟନ୍ତ୍ରଣାଧିନ’ : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

mahabharatanews

ଫନି ସହାୟତା ପାଲଟିଲା ପ୍ରତାରଣ

mahabharatanews

ପ୍ରଚଣ୍ଡ ଶବ୍ଦରେ କମ୍ପିଲା ୩ ଜିଲ୍ଲା

mahabharatanews