ଓଡିଶାପାଣିପାଗ

ଆସନ୍ତାକାଲିଠୁ ବଢ଼ିବ ବର୍ଷା, ଆଜି ତିନି ଘଣ୍ଟା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଛି । କିନ୍ତୁ ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ଆଜି କିଛି ସ୍ଥାନରେ ବର୍ଷା ହୋଇପାରେ । ୩ ଘଂଟା ପାଇଁ  ପୁରୀ, ଖୋର୍ଦ୍ଧା, ଭୁବନେଶ୍ୱର, ଗଞ୍ଜାମ, ଦେବଗଡ଼, ଜଗତସିଂହପୁର,କଟକ, ଯାଜପୁର,ଅନୁଗୋଳ,ଢେଙ୍କାନାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ କାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୪ ଓ ୧୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ଏବଂ ବାହାରେ ଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Related posts

ପ୍ରସ୍ତୁତି ବୈଠକ ଅନୁଷ୍ଠିତ – ସୁବର୍ଣ୍ଣ ଲୋକ ମହୋତ୍ସବ ଜାନୁଆରୀ ୭ରୁ ଆରମ୍ଭ

mahabharatanews

 ଥମୁନି NAC ଦାବି

mahabharatanews

ଆଜି ଛାଡଖାଇ, ଭିଡ଼ ଅସମ୍ଭାଳ

mahabharatanews