ଓଡିଶା

ବିଜେପି ନେତାଙ୍କ ଗାଡ଼ି ଧକ୍କାରେ ଚାଲିଗଲା ଯୁବକର ଜୀବନ 

 (ସୁନ୍ଦରଗଡ) : ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ । ସୁନ୍ଦରଗଡ ସାଂସଦ ତଥା ବରିଷ୍ଠ ବିଜେପି ନେତା ଜୁଏଲ ଓରାମଙ୍କ ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି । କାମାକ୍ଷାନଗର ଥାନା ରେକୁଳା ଛକ ନିକଟରେ ହୋଇଛି  ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି । ଜୁଏଲ ଓରାମଙ୍କ ଇନୋଭା ଧକ୍କାରେ ଜଣେ RMCA କର୍ମଚାରୀଙ୍କ ମୃତ୍ୟୁ ହୋଇଛି ।

ସୂଚନା ଅନୁଯାୟୀ, ଜୁଏଲ ଓରାମ ନିଜ ଇନୋଭା ଯୋଗେ ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ବେଳେ କାମାକ୍ଷାନଗର ଥାନା ରେକୁଳା ଛକ ଠାରେ କାମାକ୍ଷାନଗର RMCA କର୍ମଚାରୀ ସର୍ବେଶ୍ୱର ଚୌଧୁରୀଙ୍କ ବାଇକକୁ ଧକ୍କା ଦେଇଥିଲା । ଫଳରେ ସର୍ବେଶ୍ୱର ଘଟଣା ସ୍ଥଳରେ ଗୁରୁତର ଅବସ୍ଥାରେ ପଡି ରହିଥିଲେ । ଏହା ଦେଖି ଜୁଏଲ ନିଜ ପାଇଲଟିଂ ଗାଡିରେ ସର୍ବେଶ୍ୱରଙ୍କୁ ତୁରନ୍ତ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଇଥିଲେ । ସେଠାରେ ଡାକ୍ତର ସର୍ବେଶ୍ୱରଙ୍କୁ ମୃତ ଘୋଷଣା କରିଛନ୍ତି ।

Related posts

ବିଜିଗୋଳ ବିବେକାନନ୍ଦ ଶିକ୍ଷା କେନ୍ଦ୍ରର ବାର୍ଷିକ କ୍ରିଡା ଉତ୍ସବ

mahabharatanews

ଉଦଳା ବ୍ଲକ ଶିକ୍ଷକଙ୍କ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

mahabharatanews

କଟକ ଫ୍ୟାମିଲି କୋର୍ଟରେ ହାଜର ହେଲେ ପତି-ପତ୍ନୀ

mahabharatanews